ନବରଙ୍ଗପୁର, ଏନ୍ଏନ୍ଏସ୍: ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ପୋଡାଲଗୁଡା ଗ୍ରାମ ନିକଟସ୍ଥ ଜମି ହୁଡ଼ାରେ ଥିବା ଏକ ଶୁଖିଲା ଗଛରେ ଝୁଲି ରହିଛି ଅଜଣା ଯୁବକଙ୍କ ଶବ। ଏହା ହତ୍ୟା ନା ଆତ୍ମହତ୍ୟା ତାହା ଅସ୍ପଷ୍ଟ ରହିଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ଘଟଣା ଜଣାପଡିଲା ପରେ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ । ନବରଙ୍ଗପୁର ପୁଲିସ ଖବର ପାଇବାପରେ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଚଳାଇଛି। ମୃତ ଯୁବକର ପରିଚୟ ମିଳିପାରିନାହିଁ। ଶବ ବ୍ୟବଚ୍ଛେଦ ରିପୋର୍ଟ ପରେ ହିଁ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୁଲିସ ସୂଚନା ଦେଇଛି। କଳାହାଣ୍ଡିରୁ ସାଇଣ୍ଟିଫିକ ଟିମ ଆସି ତଦନ୍ତ କରୁଥୁବା ସୂଚନା ମିଳିଛି।