ସାପ କାମୁଡ଼ାରେ ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ହଳଦୀ ବଟା ଗ୍ରାମରେ ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ ଗ୍ରାମର ଟିକିନ ମୁଣ୍ଡାଙ୍କ ପତ୍ନୀ ଟୁରି ମୁଣ୍ଡା(୩୭)। ସୂଚନା ମୁତାବକ ସୋମବାର ବିଳମ୍ବିତ ରାତିରେ ଘରେ ସମସ୍ତେ ଶୋଇଥିବା ବେଳେ ତାଙ୍କୁ ଏକ ସାପ କାମୁଡ଼ି ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ କରଞ୍ଜିଆ ମେଡିକାଲ ରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ସାହାରପଡା ଫାଣ୍ଡିରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ବେଳେ ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ କରାଇଛି।