ବ୍ରାହ୍ମଣୀ ନଦୀରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର

ଦେବଗଡ଼,ଏନ୍ଏନ୍ଏସ୍: ବାରକୋଟ ଥାନା ଅନ୍ତର୍ଗତ ଝିକିମିକି ଗ୍ରାମ ନିକଟ ଦେଇ ଯାଇଥିବା ବ୍ରାହ୍ମଣୀ ନଦୀରୁ ପୁଲିସ ଆଜି ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରିଛି। ସୂଚନା ଅନୁସାରେ, ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ବଡ଼ଗାଁ ଅଞ୍ଚଳର ସ୍ୱର୍ଗତ ହୃଷିକେଶ ସାହୁଙ୍କ ସ୍ତ୍ରୀ ଆଶା ସାହୁ (୭୦)ଗତ ୧୯ ତାରିଖ ଦିନ ଶୌଚପାଇଁ ନଦୀକୁ ଯାଇ ଆଉ ଘରକୁ ଫେରି ନଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବାପରେ ନ ପାଇବାରୁ ବଣାଇ ଥାନାରେ ନିଖୋଜ ଅଭିଯୋଗ କରିଥିଲେ । ତେବେ ଆଜି ଝିକିମିକି ଗ୍ରାମବାସୀ ମୃତଦେହ ଦେଖି ବାରକୋଟ ପୁଲିସକୁ ସୂଚନା ଦେବାପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଥିବା ଥାନାଅଧିକାରୀ ରାଜେନ୍ଦ୍ର କୁମାର ମହାପାତ୍ର ସୂଚନା ଦେଇଛନ୍ତି। ଶବ ବ୍ୟବଚ୍ଛେଦ ପରେ ପରିବାରଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି।