ତେଲେଙ୍ଗାନାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୫ ମୃତ, ୨୧ ଆହତ

ହାଇଦ୍ରାବାଦ,ଏଜେନ୍ସି: ତେଲେଙ୍ଗାନା କାମାରେଡ୍ଡୀ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୧ ଜଣ ଆହତ ହୋଇଛନ୍ତି। କାମାରେଡ୍ଡୀ ଜିଲ୍ଲାର ଏଲେରେଡି ମଣ୍ଡଳ ହାସନପାଲି ଫାଟକ ନିକଟରେ ଏହି ଦୁର୍ଘଟଣା ଘଟିଛି।

ସୂଚନା ଅନୁସାରେ, ଏକ ଟ୍ରକ ଟ୍ରଲି ଅଟୋକୁ ଧକ୍କା ଦେବାରୁ ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ କିଛି ଗୁରୁତର ମଧ୍ୟ ରହିଛନ୍ତି।