ବ୍ରହ୍ମପୁର,ଏନ୍ଏନ୍ଏସ୍: ସଦରଥାନା ଅନ୍ତର୍ଗତ ଝଡାଙ୍କୁଲି ଗ୍ରାମରେ ଏକ ପରିବାର ବାପା ଓ ପୁଅଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେମାନଙ୍କ ମଧ୍ୟରୁ ବାପା କୋରା ସେଠୀଙ୍କ ମୃତ୍ୟୁ ହୋଇଛି। ପୁଅ ପ୍ରଶାନ୍ତ ଗୁରୁତର ଅବସ୍ଥାରେ ବଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।
ପୁଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ପୂର୍ବ ଶତ୍ରୁତାକୁ ନେଇ ଗ୍ରାମର କିଛି ଯୁବକ ରବିବାର ବିଳମ୍ବିତ ରାତ୍ରିରେ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଉଭୟଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ଚିକିତ୍ସା ପାଇଁ ପଠାଇଥିଲା। ସେଠାରେ କୋରା ସେଠୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବର୍ତ୍ତମାନ ପୁଅ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ଏହି ଘଟଣାରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।