ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା, ରାଜ୍ୟରେ କରୋନା ନେଲା ୬୭ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛିଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୯୦୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୦ ଜଣ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୯ ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ ରହିଛନ୍ତି। କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି। କଳାହାଣ୍ଡି ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।