ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କୋଭିଡ ଟେଷ୍ଟ ରିପୋର୍ଟ ନେଗେଟିଭ

ନୂଆଦିଲ୍ଲୀ,ଏଜେନ୍ସି: ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ କୋଭିଡ-୧୯ ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିବା ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ ଗତକାଲି ରାତ୍ରିରେ ଶ୍ରୀ ଜୈନଙ୍କୁ ଭୀଷଣ ଜ୍ୱର ହେବା ସହିତ ତାଙ୍କର ଶରୀରରେ ଅମ୍ଳଜାନର ମାତ୍ରା କମିଯାଇଥିଲା। ଫଳରେ ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ଏ ନେଇ ଗତକାଲି ରାତ୍ରିରେ ରାଜୀବ ଗାନ୍ଧୀ ସୁପର ସ୍ପେଶିଆଲ୍ଟି ହସ୍ପିଟାଲରେ ସେ ଭର୍ତ୍ତି ହୋଇଥିଲେ। ତେବେ ସେଠାରେ ତାଙ୍କର କୋଭିଡ-୧୯ ଟେଷ୍ଟ କରାଯାଇଥିଲା।