ଭୁବନେଶ୍ୱରରେ ହେବ ଡେଲୋଏଟର ଟେକ୍ନୋଲୋଜି ସେଣ୍ଟର, ଯୁବବର୍ଗଙ୍କ ପାଇଁ ସୃଷ୍ଟି କରିବ ନୂଆ ସମ୍ଭାବନା

ଭୁବନେଶ୍ବର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଖୋଲିବ ଡେଲୋଏଟର ବୃହତ ଟେକ୍ନୋଲୋଜି ସେଣ୍ଟର । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ବିଶ୍ୱର ପ୍ରତିଷ୍ଠିତ ଆଇଟି କମ୍ପାନୀ ଡେଲୋଏଟ ଖୋଲିବାକୁ ଯାଉଛି । ନୂଆଦିଲ୍ଲୀରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଡେଲୋଏଟର ଗ୍ଲୋବାଲ ସିଇଓ ପୁନିତ ରେନଜେନ ସାକ୍ଷାତ କରିଛନ୍ତି ।

ଭୁବନେଶ୍ୱର ଓ କୋଏମ୍ବାଟୁର ଠାରେ ଏକ ବୃହତ ଟେକ୍ନୋଲୋଜି ସେଣ୍ଟର ଆରମ୍ଭ ହେବ । ଡେଲୋଏଟର ଏହି ପଦକ୍ଷେପ ଯୋଗୁଁ ଯୁବବର୍ଗଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବ । ଏହାସହ ପ୍ରଯୁକ୍ତିବିଦ୍ୟା ଓ ଦକ୍ଷତା ବିକାଶର ଇକୋସିଷ୍ଟମକୁ ସୁଦୃଢ଼ କରିବ ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ଗ୍ରାମାଞ୍ଚଳରେ ଥିବା ଯୁବପିଢିଙ୍କ ପାଇଁ ସୁଯୋଗ ତିଆରି ଓ ଡିଜିଟାଲ ଅର୍ଥନୀତିରେ ଦେଶ ଦ୍ରୁତ ଗତିରେ ଅଗ୍ରସର ହେବା ଦିଗରେ ଆଲୋଚନା ହୋଇଛି ।