ଉମରକୋଟରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ନବରଙ୍ଗପୁର ସାଂସଦଙ୍କ ଦାବୀପତ୍ର

ନବରଙ୍ଗପୁର,ଏନ୍‌ଏନ୍‌ଏସ୍‌: ନବରଙ୍ଗପୁର ଜିଲ୍ଲା ଉମରକୋଟରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ ଦାବୀପତ୍ର ପ୍ରଦାନ କରିଛନ୍ତି । ମୋଟାମୋଟି ଭାବେ ସାଧାରଣ ବର୍ଗଠାରୁ ଆରମ୍ଭ କରି ସମସ୍ତ ଛାତ୍ରଛାତ୍ରୀଙ୍କ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏକ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଗଲେ ସମସ୍ତ ବର୍ଗର ପିଲାମାନେ ଉପକୃତ ହୋଇପାରିବେ ବୋଲି ସାଂସଦ ଶ୍ରୀ ମାଝୀ ବଳିଷ୍ଠ ଯୁକ୍ତି ଉପସ୍ଥାପନା କରିଛନ୍ତି । ଶ୍ରୀ ପ୍ରଧାନ ମଧ୍ୟ ଏହାକୁ ଅତି ଗୁରୁତର ସହ ବିଚାର କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି ସୂଚନା ମିଳିଛି ।