ଦେବଗଡ ଜିଲ୍ଲପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଦେବଗଡ଼,ଏନ୍ଏନ୍ଏସ୍: ବାରକୋଟ ବ୍ଲକ୍ କେଲଡ଼ା ଗ୍ରାମପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ସୌମେଶ କୁମାର ଉପାଧ୍ୟାୟ ଯୋଗଦେଇ ପଞ୍ଚାୟତରୁ ଆସିଥିବା ୧୦୩ଟି ଭିନ୍ନଭିନ୍ନ ଅଭିଯୋଗ ଶୁଣାଣି କରି ଏହା ଉପରେ ଆବଶ୍ୟକ ପଦକ୍ଷପ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ଅଭିଯୋଗ ଶିବିରରେ ୮୭ଟି ବ୍ୟକ୍ତିଗତ ଓ ୧୬ଟି ସାମୂହିକ ସମସ୍ୟା ରହିଥିଲା।

ଶିବିରରେ କଳାକାର ଭତ୍ତା, ପାନୀୟଜଳ, ରାସ୍ତାଘାଟ ଓ ୪ ଡିସିମିଲ ଘରବାଡ଼ି ପଟ୍ଟା, ଭାଗବତ ଟୁଙ୍ଗୀ, ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଉପରେ ଜନସାଧାରଣ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଜିଲ୍ଲାପାଳ ଉପାଧ୍ୟାୟ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଶିବିରରେ ବନଖଣ୍ଡ ଅଧିକାରୀ ମଗର ଧନାଜୀ ରାଓସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅଙ୍କୁର ମଲ୍ଲିକ, ଜିଲ୍ଲା ପରିଷଦ ପ୍ରକଳ୍ପ ନିର୍ଦ୍ଦେଶକ ଲୁକାଶ ପ୍ରଧାନଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।