ଦେବଗଡ଼,ଏନ୍ଏନ୍ଏସ୍: ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜାତୀୟ ସ୍ୱାସ୍ଥ୍ୟ ମିଶନରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଉକ୍ତ ମହିଳା କର୍ମଚାରୀ ଜଣକ ଗତ ୩ଦିନ ପୂର୍ବେ ଦେବଗଡ଼ରୁ ଭୁବନେଶ୍ୱର ଯିବା ପୂର୍ବରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ପ୍ରଶାସନିକ ବିଭାଗର ବିଭିନ୍ନ ଅଧିକାରୀ ଓ କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିଲେ। ସେଥିପାଇଁ ପ୍ରତିଷେଧାତ୍ମକ ପଦକ୍ଷେପ ସ୍ୱରୂପ ଆଜି ଜାତୀୟ ସ୍ୱାସ୍ଥ୍ୟ ମିଶନ ଜିଲ୍ଲା କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କ ସ୍ୱାବ ନମୁନା ସଂଗ୍ରହ କରାଯାଇଥିବା ଜଣାପଡ଼ିଛି। ସେହିପରି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ପ୍ରକ୍ରିୟା ଆରମ୍ଭ କରାଯାଇଥିବା ବେଳେ ସେ ୧୦ରୁ ଉର୍ଦ୍ଧ ଅଧିକାରୀ ଓ କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିବା ପ୍ରାଥମିକ ଅନୁସନ୍ଧାନ ବେଳେ ଜଣାପଡ଼ିଛି।