ଭୁବନେଶ୍ୱର,ଏନ୍ଏନ୍ଏସ୍: ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ନିଜେ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି। ଚିକିତ୍ସା ନିମନ୍ତେ ସମ୍ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ଏଥିସହିତ ନିକଟ ଅତୀତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବା ପାଇଁ ପରାମର୍ଶ ଦେଇଛନ୍ତି।