କେନ୍ଦ୍ର ସରକାରଙ୍କ ନୂତନ କୃଷି ବିଲକୁ ବିରୋଧ

ଦେବଗଡ଼,ଏନ୍ଏନ୍ଏସ୍: କେନ୍ଦ୍ର ସରକାରଙ୍କ ନୂତନ କୃଷି ବିଲକୁ ବିରୋଧ କରି ଅଖିଳ ଭାରତୀୟ କୃଷକ ସଂଗଠନ ଡାକରାରେ ଆଜି ଦେବଗଡ ଜିଲ୍ଲା କୃଷକ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ପ୍ରଦର୍ଶନ କରାଯାଇଛି । ଚାଷୀ ଆନ୍ଦୋଳନକୁ ସମର୍ଥନ କରି ଜିଲ୍ଲା କଂଗ୍ରେସ ମଧ୍ୟ ଏଥିରେ ସାମିଲ ହୋଇଥିଲା। ସୋମବାର ପୂର୍ବାହ୍ନରେ ଜିଲ୍ଲା କୃଷକ ସଙ୍ଘ ସଭାପତି ପ୍ରୋମୋଦ କୁମାର ଝାଙ୍କର ଙ୍କ ନେତୃତ୍ୱରେ ସଂଘର ସମସ୍ତ କର୍ମକର୍ତ୍ତାଙ୍କ ସମେତ ଜିଲ୍ଲା କଂଗ୍ରେସ ସଭାପତି ଉମାଶଙ୍କର ସାହୁ , ସମ୍ବଲପୁର କେନ୍ଦ୍ର ସମବାୟ ବ୍ୟାଙ୍କ ପୂର୍ବତନ ସଭାପତି ଅମରେନ୍ଦ୍ର ଗଙ୍ଗଦେବ , ତିଳେଇବଣୀ ବ୍ଲକ ଉପାଧ୍ୟକ୍ଷ ଭୁପେନ୍ଦ୍ର ପ୍ରସାଦ ନାୟକ ପ୍ରମୁଖ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ପ୍ରଦର୍ଶନ କରିଥିଲେ।