ଏଥର ବିନା ଭକ୍ତରେ ଦେବସ୍ନାନ ପୂର୍ଣ୍ଣିମା

ପୁରୀ,ଏନ୍ଏନ୍ଏସ୍: ରଥଯାତ୍ରା ଭଳି ଏଥର ବିନା ଭକ୍ତରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ଏଥିସହିତ ଜୁଲାଇ ୨୫ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ ରହିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରସାଶକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରଥଯାତ୍ରା ପରେ ଦର୍ଶନ ପ୍ରସଙ୍ଗରେ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡା.କ୍ରୀଷନ କୁମାର ଏହି ସୂଚନା ଦେଇଛନ୍ତି।