ସରିଲା ଭୋଟିଂ, ଇଭିଏମ୍‌ରେ ସିଲ୍ ହେଲା ଧାମନଗର ଭବିଷ୍ୟତ

ଧାମନଗର,ଏନ୍ଏନ୍ଏସ୍: ସରିଲା ଧାମନଗର ଉପନିର୍ବାଚନ ପାଇଁ ମତଦାନ। ଇଭିଏମରେ ସିଲ ହୋଇଛି ନେତାଙ୍କ ଭାଗ୍ୟ। ଧାମନଗର ଆଗକୁ ନିଜର ନେତା ବାଛିବା ପକ୍ରିୟା ପୂର୍ଣ୍ଣ କରିଛି। କାରଣ ସମାପ୍ତ ହୋଇଛି ଧାମନଗର ଉପନିର୍ବାଚନ। ମିଳିଥିବା ସୂଚନା ମୁତାବକ ସନ୍ଧ୍ୟା ୫ଟା ସୁଦ୍ଧା ୫୮.୫୩ ପ୍ରତିଶତ ଭୋଟିଂ ହୋଇଛି। ସୁରଖୁରରେ ଉପନିର୍ବାଚନ ହୋଇଥିବା ବେଳେ ଗୋଟେ ଦୁଇଟି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜିଥିବା ଦେଖିବାକୁ ମିଳିଥିଲା।

ତେବେ ଯେଉଁମାନେ ମତଦାନ କେନ୍ଦ୍ର ଭିତରେ ରହିଛନ୍ତି ସେମାନେ ଏବେବି ଭୋଟ ଦେଉଛନ୍ତି। ଭୋଟ ଦାନ ପକ୍ରିଯା ଯଦି ବା ସପାପ୍ତ ହୋଇଛି କିନ୍ତୁ ପ୍ରବେଶ କରିଥିବା ମତଦାତାଙ୍କ ଭୋଟ ଦେବା ପର୍ଯ୍ୟନ୍ତ ପକ୍ରିୟା ଜାରି ରହିବ। ୨୦୧୯ ସାଧାରଣ ନିର୍ବାଚନରେ ଧାମନଗର ନିର୍ବାଚନ ମଣ୍ଡଳୀରେ ୭୨.୦୧ ପ୍ରତିଶତ ଭୋଟିଂ ହୋଇଥିଲା। ଚଳିତଥର ଏହାଠୁ ଅଧିକ କିମ୍ବା ପାଖାପାଖି ଭୋଟିଂ ହେବ ବୋଲି ଆଶା କରାଯାଉଛି ବୋଲି କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।

ଅନ୍ୟପଟେ ପିଙ୍କ୍ ବୁଥକୁ ନେଇ ଭୋଟର ସନ୍ତୋଷ ବ୍ୟକ୍ତ କରିଛନ୍ତି। ଆଗାମୀ ନିର୍ବାଚନରେ ପିଙ୍କ ବୁଥ ସଂଖ୍ୟା ବଢାଇବା ଲାଗି ଯୋଜନା କରାଯାଉଛି ବୋଲି କହିଛନ୍ତି ସିଇଓ। ଧାମନଗରର ଆଇନ ଶୃଙ୍ଖଳା ପରିସ୍ଥିତି ନସୃଷ୍ଟି ନହେବା ନେଇ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ନିଜେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଧାମନଗର ଯାଇ ପରିସ୍ଥିତି ସମୀକ୍ଷା କରିଥିଲେ। ମତଦାନକୁ ନେଇ କିଭଳି ସୂଚାରୁ ରୂପେ କାର୍ଯ୍ୟ କରାଯିବ ସେନେଇ ସ୍ଥିତି ତଦାରଖ କରିଥିଲେ।