ଭୁବନେଶ୍ୱର, ଏନ୍ଏନ୍ଏସ୍: ଆଜି ୨୦୧୬ରୁ ୨୦୨୦ ବର୍ଷ ପାଇଁ ଧର୍ମପଦ ସମ୍ମାନ ଘୋଷଣା କରାଯାଇଛି। ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଧର୍ମପଦ ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରିଛନ୍ତି।
୨୦୧୬ ମସିହା ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ ବନବିହାରୀ ପରିଡା, ୨୦୧୭ ମସିହା ପାଇଁ ବିଶିଷ୍ଠ ସ୍ଥପତି ଶ୍ୟାମ ସୁନ୍ଦର ପଟ୍ଟନାୟକ, ୨୦୧୮ ମସିହା ପାଇଁ ଜଗଦିଶ ଚନ୍ଦ୍ର କାନୁନଗୋ, ୨୦୧୯ ମସିହା ପାଇଁ ବିଶିଷ୍ଟ ପଟ୍ଟଚିତ୍ର ଶିଳ୍ପୀ ବିନୋଦ ମହାରଣା ଏବଂ ୨୦୨୦ ପାଇଁ ବିଶିଷ୍ଟ ଚିତ୍ରଶିଳ୍ପୀ ମହେନ୍ଦ୍ର ପ୍ରସାଦ ମହାପାତ୍ର ଧର୍ମପଦ ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।
ସେହିପରି ୨୫ ଜଣ ଚିତ୍ରଶିଳ୍ପୀଙ୍କୁ ଏ ଅବସରରେ ସମ୍ବର୍ଦ୍ଧିତ କରାଯିବ ବୋଲି ମନ୍ତ୍ରୀ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ୨୦୧୬ ବର୍ଷ ପାଇଁ ଚନ୍ଦ୍ର କୁମାର ସାମନ୍ତରାୟ, ଶରତ ଚନ୍ଦ୍ର ମହାନ୍ତି, ବସନ୍ତ କୁମାରୀ ସାମନ୍ତ, ବାଞ୍ଛାନିଧି ପଟ୍ଟନାୟକ, ଯୋଗେଶ ପ୍ରସାଦ ଦାନୀ, ୨୦୧୭ ପାଇଁ ରାଧାଶ୍ୟାମ ବିଶୋଇ, ଦେବେନ୍ଦ୍ର ଦାଶ, ବନମାଳୀ ମହାପାତ୍ର, ଲଲାଟ ମୋହନ ପଟ୍ଟନାୟକ ଓ ଡ଼. ଅଲେଖ ଚରଣ ସାହୁ ୨୦୧୮ ପାଇଁ ଶ୍ରୀଧର ମହାରଣା, ଗୋକୁଳାନନ୍ଦ ଦାସ, ଟୁନେନ୍ଦ୍ର ପଟ୍ଟନାୟକ, କଳ୍ପତରୁ ମହାରଣା ଓ ଅଶୋକ କୁମାର ମହାନ୍ତି, ୨୦୧୯ ପାଇଁ ଶ୍ରୀନିବାସ ପଢ଼ିହାରୀ, ଲକ୍ଷ୍ମୀଧର ରଣା, ବ୍ରଜକିଶୋର ଜେନା, ପ୍ରଶାନ୍ତ କୁମାର ଦାସ ଓ ଗୋ÷ରାଙ୍ଗ ବାରିକି ଏବଂ ୨୦୨୦ ପାଇଁ ରବି ନାରାୟଣ ରଥ, ବିଜୟ କୁମାର ପରିଡ଼ା, ପ୍ରଭାକର ମହାରଣା, ଦୀନବନ୍ଧୁ ମହାପାତ୍ର ଓ ବୃନ୍ଦାବନ ମହାରଣା ସମ୍ବର୍ଦ୍ଧିତ ହେବେ। ସମ୍ବଦ୍ଧର୍ତିି ଶିଳ୍ପୀଙ୍କୁ ୧ଲକ୍ଷ ଟଙ୍କା, ତାମ୍ର ଫଳକ ଓ ଉପଢୌକନ ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି।