ନବୀନଙ୍କୁ ପ୍ରଶଂସା ସହ ଆୟୁଷ୍ମାନ ଲାଗୁ କରିବାକୁ କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଲୋକାର୍ପିତ ହୋଇଛି ଅତ୍ୟାଧୁନିକ ସୁପର ସ୍ପେସାଲିଟି ଡାକ୍ତରଖାନା ସମ୍‌ ଅଲ୍ଟିମେଟ୍‌ ମେଡିକେୟାର୍‌ ‘ସମ୍ମମ୍‌’ । ଏହି ଉଦ୍‌ଘାଟନୀ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବନୀ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେବା ସହ ରାଜ୍ୟରେ କେନ୍ଦ୍ର ସରକାରଙ୍କ ଲୋକାଭିମୁଖି ଯୋଜନା ଆୟୁଷ୍ମାନକୁ ଲାଗୁ କରିବାକୁ ପୁଣି ନିବେଦନ କରିଛନ୍ତି । ସେ କହିଛନ୍ତି ରାଜ୍ୟ ସରକାରଙ୍କ ପ୍ରୋତ୍ସାହନରେ ରାଜ୍ୟରେ ଘରୋଇ ମେଡିକାଲର ସଂଖ୍ୟା ବଢ଼ିଚାଲିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ । କିନ୍ତୁ ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ କରାଗଲେ ଓଡ଼ିଶାବାସୀ ଅନେକ ଲାଭାନ୍ୱିତ ହୋଇପାରନ୍ତେ ।

ତେବେ ଏହି ଅତ୍ୟାଧୁନିକ ହସ୍ପିଟାଲର ଉଦ୍‌ଘାଟନ କରିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ । ଏହି ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଥିଲେ । ଏହି ଅବସରରେ ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର ଡଃ ମନୋଜ ନାୟକ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ସମ୍‌ ଅଲ୍ଟିମେଟ୍‌ ମେଡିକେୟାର୍‌ର ସିଇଓ ଡ. ଶ୍ୱେତପଦ୍ମା ଦାସ ହସ୍ପିଟାଲ୍‌ ବାବଦରେ ତଥ୍ୟ ଉପସ୍ଥାପନ କରିକରି କହିଥିଲେ ଯେ, ଏହା ରୋଗୀଙ୍କୁ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟସେବା ଯୋଗାଦିଆଯିବ । ଏହାସହ ରୋଗୀଙ୍କ ସର୍ବୋତ୍ତମ ଚିକିତ୍ସା ପାଇଁ ଏହି ସଂସ୍ଥା ପକ୍ଷରୁ ଉଦ୍ୟମ କରାଯାଇଥିବା ମେଡିକାଲ କର୍ତ୍ତୃପକ୍ଷ କହିଛନ୍ତି । ରୋଗୀଙ୍କ ଚିକିତ୍ସା ପାଇଁ ସର୍ବୋତ୍ତମ ବ୍ୟବସ୍ଥା, ଜ୍ଞାନ କୌଶଳ ଉପରେ ପର୍ୟ୍ୟବେଶିତ ଉଚ୍ଚମାନର ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ହାତକୁ ନିଆଯାଇଛି ବୋଲି ସୋଆ ପକ୍ଷରୁ କୁହାଯାଇଛି ।