ଏମ୍ସରେ ପ୍ରଦୀପ୍ତଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ବର,ଏନ୍ଏନ୍ଏସ୍: ସୁସ୍ଥ ହେଉଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଆସିଥିଲେ ବି ସେ ଏବେ ସମ୍ପୂର୍ଣ୍ଣ ବିପଦମୁକ୍ତ ନୁହଁନ୍ତି। ଏନେଇ ଭୁବନେଶ୍ବର ଏମ୍ସରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭେଟିଛନ୍ତି।

ତାଙ୍କ ସ୍ୱାସ୍ଥ୍ୟଗତ ବ୍ୟବସ୍ଥା ପଚାରି ବୁଝିବା ସହ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ସହ ଆଲୋଚନା ମଧ୍ୟ କରିଥିଲେ। ସୂଚନାଯୋଗ୍ୟ ଯେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଦୀର୍ଘ ଦିନ ଧରି କୋଭିଡରେ ଆକ୍ରାନ୍ତ ହୋଇ ଭୁବନେଶ୍ଵର ଏମ୍ସରେ ଚିକିତ୍ସିତ ହେଉଛନ୍ତି।