ପେଟ୍ରୋଲ ପମ୍ପ ଅଗ୍ନିକାଣ୍ଡ ଘଟଣାର ତଦନ୍ତ କରିବାକୁ ନିଦ୍ଦେଶ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ନିଆଁ ଲାଗିବା ଘଟଣାର ତଦନ୍ତ କରିବାକୁ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ ଲାଗି ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗକୁ ନିର୍ଦ୍ଦେଶ ଦେବା ସମ୍ପର୍କରେ ଧର୍ମେନ୍ଦ୍ର ଟ୍ୱିଟ କରି ସୂଚନା ଦେଇଛନ୍ତି। ଆଉ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଇଣ୍ଡିଆନ ଅଏଲର ଅଧିକାରୀଙ୍କ ସହ ଆଲୋଚନା କରି ତୁରନ୍ତ ଘଟଣାର ରିପୋର୍ଟ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।