ନୂଆଦିଲ୍ଲୀ/ଭୁବନେଶ୍ୱର,ଏନ୍ଏନ୍ଏସ୍ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଭିଡିଓ କନଫରେନ୍ସିଂ ଯୋଗେ ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏଥିରେ ଅନୁଗୁଳ ଆଲୁମିନିୟମ ପାର୍କର କାର୍ଯ୍ୟକୁ ଆଗେଇ ନେବା ଏବଂ ପ୍ରକଳ୍ପର କାମ ଶୀଘ୍ର ଶେଷ କରିବା ଦିଗରେ ଇଡକୋର ସିଏବଡି, ଇପିକୋଲର ପ୍ରତିନିଧି ମଣ୍ଡଳୀ ଓ ନାଲକୋର ସିଏମଡିଙ୍କ ସହ ଅଲୋଚନା କରିଛନ୍ତି। ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ଓଡ଼ିଶାର ବିକାଶ ଏବଂ ଜନକଲ୍ୟାଣ ପାଇଁ ପ୍ରତିଶ୍ରୁତିବଦ୍ଧ। ଅନୁଗୁଳସ୍ଥିତ ଆଲୁମିନିୟମ ପାର୍କ ଆଲୁମିନିୟମ ଆଧାରିତ ଡାଉନଷ୍ଟ୍ରିମ୍ ଶିଳ୍ପକୁ ପ୍ରୋତ୍ସାହନ ପ୍ରଦାନ କରିବ ଏବଂ ରାଜ୍ୟରେ ପୁଞ୍ଜିନିବେଶ, ନିଯୁକ୍ତି ସୁଯୋଗ ଏବଂ ଉଦ୍ୟୋଗକୁ ମଧ୍ୟ ବଢ଼ାଇବ। ସେହିପରି ଏହି ପ୍ରକଳ୍ପ ଆଲୁମିନିୟମ କ୍ଲଷ୍ଟର ତିଆରି କରିବାରେ ସାହାଯ୍ୟ କରିବା ସହ ରାଜ୍ୟରେ ନିଯୁକ୍ତି ମଧ୍ୟ ପ୍ରଦାନ କରିବ। ରାଜ୍ୟରେ ଖଣିଜ କ୍ଷେତ୍ରକୁ ବିକାଶ କରିବା ସହ ଓଡ଼ିଶାର ଅର୍ଥନୀତିକୁ ମଜଭୁତ କରିବ। ଆତ୍ମନିର୍ଭର ଭାରତ ଦିଗରେ ମଧ୍ୟ ଏହି ପ୍ରକଳ୍ପର ଯୋଗଦାନ ରହିବ ବୋଲି ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ ଯୋଗେ କହିଛନ୍ତି।