ଭୁବନେଶ୍ୱର,ଏନ୍ଏନ୍ଏସ୍: କୋଭିଡ଼ ହସ୍ପିଟାଲ ଭାବେ କାର୍ୟ୍ୟକ୍ଷମ ହେଲା ତାଳଚେରର ଏମସିଏଲ ହସ୍ପିଟାଲ। ମିଳିଲା ସମସ୍ତ ଆନୁସାଙ୍ଗିକ ବ୍ୟବସ୍ଥା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର କୋଇଲା ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଅନୁଗୁଳ ଜିଲ୍ଲାରେ ବଢ଼ୁଥିବା କୋଭିଡ ସଂକ୍ରମଣ ବଢାଚାଲିଛି। ଏହାକୁ ଦୃଷ୍ଟିରେ ରଖି ତାଳଚେର ସ୍ଥିତ ଏମସିଏଲ ହସ୍ପିଟାଲକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଭିଡ ହସ୍ପିଟାଲରେ ପରିଣତ କରାଯାଇଛି। ଏଠାରେ ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏ ନେଇ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ ଯୋଗେ ସୂଚନା ଦେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ପଟେଲଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ତାଳଚେର ଏମସିଏଲ ହସ୍ପିଟାଲକୁ କୋଭିଡ଼ ହସ୍ପିଟାଲରେ ପରିଣତ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରହ୍ଲାଦ ଯୋଶୀଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲେ।