ନୂଆଦିଲ୍ଲୀ, ଏଜେନ୍ସି: କୋଇଲା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କ ଆଜି ଦଣ୍ଡ ଶୁଣାଇବେ କୋର୍ଟ। ଦିଲୀପଙ୍କ ସହ ୪ ଦୋଷୀ ସାବ୍ୟସ୍ତଙ୍କ ବିରୋଧରେ ଦଣ୍ଡ ଶୁଣାଇ ପାରନ୍ତି କୋର୍ଟ।
ସୂଚନାଯୋଗ୍ୟ,୧୯୯୯ ମସିହାରେ ଝାଡ଼ଖଣ୍ଡର ଗିରିଡିହ ଖଣି ଆବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଦିଲୀପଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ଦିଲ୍ଲୀର ଏକ ସ୍ୱତନ୍ତ୍ର କୋର୍ଟ। ସେହି ସମୟରେ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀଙ୍କୁ ମଧ୍ୟ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି।