ନବରଙ୍ଗପୁର,ଏନ୍ଏନ୍ଏସ୍: ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଶାକିରଣ (ମାନସିକ ଅନଗ୍ରସର ପିଲାଙ୍କ ନିମନ୍ତେ ଶିକ୍ଷା ଓ ବୈଷୟିକ ତାଲିମ କେନ୍ଦ୍ର) ପରିସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କୁ ନେଇ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ସଞ୍ଜୀବ ଦୁବେଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ହୋଇଥିଲା । ଏଥିରେ ମୁଖ୍ୟଅତିଥି ରୂପେ ସଞ୍ଜୀବ ଦୁବେ ଯୋଗ ଦେଇଥିବାବେଳେ ଅନ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲା ଜଜ୍(ପୋକସୋ) ପ୍ରଣତୀ ସାହା, ଅତିରିକ୍ତ ଜିଲ୍ଲା ଜଜ୍ ଶିବ ପ୍ରସାଦ ମିଶ୍ର, ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ସୁଦାମ ଚରଣ ଦାଶ, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଜନକ ରାଉତ, ବରିଷ୍ଠ ଦେୱାନୀ ଜଜ୍ ଅନ୍ନପୂର୍ଣ୍ଣା ନାୟକ ଓ ଆଶା କିରଣ ଅଧ୍ୟକ୍ଷ ଜଗନ୍ନାଥ ବେହେରା ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ଉପସ୍ଥିତ ଅତିଥିବୃନ୍ଦ ପିଲାଙ୍କ ସହ କେକ କାଟିବା ସହ ଫଳ ଓ ଚକୋଲେଟ ବାଣ୍ଟିଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ କର୍ମଚାରୀଙ୍କ ଦ୍ୱାରା ପରିଚାଳନା କରଯାଇଥିଲା ।