ସଇଁନ୍ତଲା,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ସ୍ଥାନୀୟ ରେଡ଼କ୍ରସ ସ୍କୁଲ ପରିସରରେ ଆଜି ଭିନ୍ନକ୍ଷମଙ୍କୁ ହ୍ୟୁଇଲଚେୟାର ଓ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଡିିଓ ଚନ୍ଦ୍ରମଣୀ ନାଗଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ମୋନିକା ସିଂ ଭୋଇ ଯୋଗ ଦେଇଥିବାବେଳେ ବ୍ଲକ ଉପାଧ୍ୟକ୍ଷ ଗୁଣ ସାଗର ମାଝୀ, କୁମ୍ଭାରୀ ସରପଞ୍ଚ ଶୈଳେନ୍ଦ୍ରୀ ମହାନନ୍ଦ, ଡେଙ୍ଗ ସମିତି ସଭ୍ୟ ସିମ୍ରନ ସିଂ ଭୋଇ, ଘୁନସର ସମିତି ସଭ୍ୟ ବାଞ୍ଛାନିଧି ବୁଡ଼େକ ଓ ଘୁନସର ସରପଞ୍ଚଙ୍କ ପ୍ରତିନିଧି ଚମ୍ପୁ ସେଠ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ହ୍ୟୁଇଲଚେୟାର ଓ ଭତ୍ତା ବାଣ୍ଟିଥିଲେ । ଡିଏସଏସଓ ନବକୃଷ୍ଣ ସାହୁ ସଭା ପରିଚାଳନା କରିଥିଲେ । ସାମାଜିକ ସୁରକ୍ଷା ଅଧିକାରୀ ସଂଗ୍ରାମ ମିଶ୍ର ଓ ହିରୋ ଗଡ଼ତିଆଙ୍କ ସମେତ ବ୍ଲକ କର୍ମଚାରୀମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।