ଦେବଗଡ଼,ଏନ୍ଏନ୍ଏସ୍: ଦେବଗଡ଼ ଜିଲ୍ଲା ବିଜେପି କାର୍ଯ୍ୟାଳୟଠାରେ ଆଜି ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ମୀନକେତନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ, ରାଜ୍ୟ ସାଧାରଣ ସମ୍ପାଦକ ରବି ନାୟକ, ଦେବଗଡ଼ ଜିଲ୍ଲା ପ୍ରଭାରୀ ଧୀରେନ ସେନାପତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ ସାହୁ, ସାଧାରଣ ସମ୍ପାଦକ ସମୀର ସାହୁ, ରଞ୍ଜିତ ପଟେଲ, ଓ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଜୟକୃଷ୍ଣ ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ଆଗାମୀ ପଞ୍ଚାୟତ ନିର୍ବାଚନ ରଣନୀତି ସମ୍ପର୍କରେ ଆଲୋଚନା କରିବା ସହ ରାଜନୈତିକ ଚିଠା ଉପସ୍ଥାପନ କରାଯାଇଥିଲା। ଏହି ଅବସରରେ ଆଗାମୀ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ, ପୌର ନିର୍ବାଚନ ଓ ଚାଷୀଙ୍କ ସମସ୍ୟା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ଏଥିରେ ଜିଲ୍ଲା ବିଜେପିର ସମସ୍ତ ଦଳୀୟ ପଦାଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିବାବେଳେ ସାଧାରଣ ସମ୍ପାଦକ ସଚ୍ଚିକାନ୍ତ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।