ରେଡ଼କ୍ରସ୍ ପାଣ୍ଠିକୁ ଜିଲ୍ଲା ଶିକ୍ଷାଧିକାରୀଙ୍କ ୨ ଲକ୍ଷ ୨୦ ହଜାର ଟଙ୍କା ଦାନ

ନବରଙ୍ଗପୁର,ଏନ୍‌ଏନ୍‌ଏସ୍‌: ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଜିଲ୍ଲା ରେଡକ୍ରସ୍ ପାଣ୍ଠିକୁ ୨ଲକ୍ଷ ୨୦ ହଜାର ଟଙ୍କା ଦାନ କରିଛନ୍ତି । ଦାନ ରାଶି ଚେକ୍ ଆକାରରେ ଜିଲ୍ଲାପାଳ ଡା. କମଳଲୋଚନ ମିଶ୍ରଙ୍କୁ ପ୍ରଦାନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଗୀତାଞ୍ଜଳି ବେହେରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ରେଶମ ଲାଲ ନାୟକ, କନିଷ୍ଠ ରେଡକ୍ରସ୍ ସମ୍ପାଦକ ପ୍ରଭାତ ପଟ୍ଟନାୟକ, ବି କମଳାକାନ୍ତ ରାଉତ, ପ୍ରକାଶିନୀ ଚୌଧୁରୀ, ଅନିନ୍ଦିତା ନନ୍ଦ, ତପସ୍ୱିନୀ ବେହେରା, ଅତିରିକ୍ତ ଜିଲ୍ଲା ଜୁନିୟର ରେଡକ୍ରସ୍ ଅଧିକାରୀ ନାରାୟଣ ପାଇକରାୟ , ଜିଲ୍ଲା ଜରୁରୀକାଳୀନ କାର୍ଯ୍ୟାଳୟର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ ଓ ଜରୁରୀକାଳୀନ ବିଭାଗର ବରିଷ୍ଠ ସହାୟକ ତ୍ରିପତି ବାଲାଜୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସମାଜର ଅତ୍ୟାବଶ୍ୟକୀୟ ସେବାରେ ଲାଗିବା ପାଇଁ ଜିଲ୍ଲା ରେଡ଼କ୍ରସ୍ ପାଣ୍ଠିକୁ ୨ ଲକ୍ଷ ୨୦ ହଜାର ଟଙ୍କା ଦାନ କରିଥିବାରୁ ନବରଙ୍ଗପୁର ଜିଲ୍ଲା ଶିକ୍ଷା ବିଭାଗକୁ ଜିଲ୍ଲାପାଳ ଡଃ ମିଶ୍ର ଧନ୍ୟବାଦ ଜଣାଇଥିଲେ । ଏହି ଅବସରରେ ଜରୁରୀକାଳୀନ ପରିସ୍ଥିତିରେ ଲୋକଙ୍କ ହିତରେ ରେଡ଼କ୍ରସ୍ ପାଣ୍ଠି ଖର୍ଚ୍ଚ ହେଉଥିବାରୁ ଜିଲ୍ଲା ରେଡ଼କ୍ରସ୍ ପାଣ୍ଠିକୁ ବିଭିନ୍ନ ଅନୁଷ୍ଠାନ ବଦାନ୍ୟ ବ୍ୟକ୍ତି ବିଶେଷ ମୁକ୍ତ ହସ୍ତରେ ଦାନ କରିବା ପାଇଁ ଜିଲ୍ଲାପାଳ ଡଃ ମିଶ୍ର ଆହ୍ୱାନ ଦେଇଥିଲେ।