ନବରଙ୍ଗପୁର,ଏନ୍ଏନ୍ଏସ୍: ଜିଲ୍ଲାସ୍ତରୀୟ ୭୧ତମ ଗୋ-ସମ୍ୱର୍ଦ୍ଧନା ସମାରୋହ ୨୦୨୨ ପ୍ରାଣୀ ସମ୍ପଦ ବିକାଶ ନବରଙ୍ଗପୁର ପକ୍ଷରୁ ପାପଡ଼ାହାଣ୍ଡି ବ୍ଲକର ଦଳେଇଗୁଡ଼ାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଥମେ ଚାଷୀ ପଞ୍ଜିକରଣ, ଚାଷୀ ବିଶେଷଜ୍ଞ ଆଲୋଚନା ଚକ୍ର, ଗୋ-ପୂଜନ, ସାଧାରଣ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ଆୟୋଜିତ ହୋଇଥିବା ଜଣାପଡ଼ିଛି । ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ସାଂସଦ ରମେଶ ଚନ୍ଦ୍ର ମାଝୀ, ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ଡାବୁଗାଁ ବିଧାୟକ ମନୋହର ରନ୍ଧାରି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ଜିଲ୍ଲାପାଳ ଡା. କମଳ ଲୋଚନ ମିଶ୍ର, ଜିଲ୍ଲାପରିଷଦ ସଭ୍ୟ ଯଶୋବନ୍ତ ନାୟକ, ଡା. ଲିପିକା ମାଝୀ, ପଞ୍ଚାୟତ ସମିତି ଅଧ୍ୟକ୍ଷା ହେମଲତା ମାଝୀ, ଉପାଧ୍ୟକ୍ଷ ସୁଶାନ୍ତ କୁମାର ବେହେରା ଓ ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୋମନାଥ ବିଷୋୟୀ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।