ଜିଲ୍ଲାସ୍ତରୀୟ ଲୋକ ଅଦାଲତ

ନବରଙ୍ଗପୁର,ଏନ୍‌ଏନ୍‌ଏସ୍‌: ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଓ ଦୌରାଜଜ ସଂଜୀବ ଦୁବେଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲାସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶ୍ରୀ ଦୁବେ ଗୋଟିଏ ଏମଏସିଟି ମାମଲାର ଫଇସଲା କରି ୮ଲକ୍ଷ ୭୦ହଜାର ଟଙ୍କା କ୍ଷତିପୂରଣ ରାଶି ଧାର୍ଯ୍ୟ କରିଛନ୍ତି । ପରିବାର ବିଚାର ବିଭାଗୀୟ ଜଜ୍ ଡା. ମୁନରାନୀ ମିଶ୍ର ୨ଟି ପାରିବାରିକ ବିବାଦ ମାମଲାର ସମାଧାନ କରିଛନ୍ତି । ଏହି ଜିଲ୍ଲାସ୍ତରୀୟ ଲୋକ ଅଦାଲତରେ ୪,୪୧୯ଟି ରାଜସ୍ୱ ମାମଲାର ଫଇସଲା କରାଯାଇଛି । ଏହି ଜିଲ୍ଲାସ୍ତରୀୟ ଲୋକ ଅଦାଲତରେ ଅତିରିକ୍ତ ଜିଲ୍ଲା ଜଜ ଶିବ ପ୍ରସାଦ ମିଶ୍ର, ଜିଲ୍ଲା ଆଈନ ସେବା ପ୍ରାଧିକରଣର ସଚିବ ଜନକ ରାଉତ, ବରିଷ୍ଠ ଦେବାନୀ ଜଜ୍ ଅନ୍ନପୂର୍ଣ୍ଣା ନାୟକ, ରେଜିଷ୍ଟ୍ରାର ଜିଲ୍ଲାକୋର୍ଟ ସୁକାନ୍ତ କିଶୋର ଜେନା, ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ ରାଜଶ୍ରୀ ଆର୍ଯ୍ୟ ଓ ବାଲା ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଜନକ ରାଉତ ଏହି ଜିଲ୍ଲାସ୍ତରୀୟ ଲୋକ ଅଦାଲତର ପରିଚାଳନା କରିଥିବାବେଳେ ଆଇନଜୀବୀ ଓ କର୍ମଚାରୀ ସହଯୋଗ କରିଥିଲେ ।