Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମିଲେଟ୍ସ ପ୍ରତିଯୋଗିତା ଉଦଘାଟିତ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମିଲେଟ୍ସ ପ୍ରତିଯୋଗିତା ଉଦଘାଟିତ

ଦେବଗଡ଼,ଏନ୍‌ଏନ୍‌ଏସ୍ : ଦେବଗଡ଼ ମହାବିଦ୍ୟାଳୟସ୍ଥିତ ବିଜୁ ପଟ୍ଟନାୟକ ଅଡିଟୋରିୟମରେ ସମଗ୍ର ଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ ସହ ମିଲେଟ୍ସ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପୂର୍ବାହ୍ନରେ ଜିଲ୍ଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ, ଜିଲ୍ଲା କୃଷି ଅଧିକାରୀ ମନୋରଞ୍ଜନ ମଣ୍ଡଳ ଓ ଦେବଗଡ଼ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁଦାମ ପରିଡ଼ା ମଞ୍ଚାସିନ ହୋଇ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇ ବୌଦ୍ଧିକ ବିକାଶ ପାଇଁ ଶିକ୍ଷା ସହିତ କଳାର ବିକାଶ ନିତ୍ୟାନ୍ତ ଜରୁରୀ ବୋଲି ଜିଲ୍ଲାପାଳ ଶ୍ରୀ ଉପାଧ୍ୟାୟ ପ୍ରକାଶ କରିଥିଲେ । ଏହି ଅବସରରେ ରାଜ୍ୟ ସରକାରଙ୍କ ମିଲେଟ୍ସ ମିଶନ କାର୍ଯ୍ୟକ୍ରମକୁ ଲୋକାଭିମୁଖୀ ଉଦ୍ଦେଶ୍ୟରେ ଜିଲ୍ଲା କୃଷି ବିଭାଗ ପକ୍ଷରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମିଲେଟ୍ସର ଉପକାରିତା ଓ ବ୍ୟବହାର ସମ୍ପର୍କରେ ସଚେତନ କରିବା ସହ ଅଣଧାନ ଫସଲ ଭାବେ ମିଲେଟ୍ସକୁ ଆପଣାଇବାକୁ ଆହ୍ୱାନ ଦେଇଥିଲେ । ଶିଶୁ ଉତ୍ସବ ସୁରଭି କାର୍ଯ୍ୟକ୍ରମରେ ସମସ୍ତ ବ୍ଲକସ୍ତରୀୟ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସଂଗୀତ, ନୃତ୍ୟ ଓ ଜଣା ଅଜଣା ଭଳି ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେବା ସହ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ବିନୋଦ କୁମାର ସିଂ ସ୍ୱାଗତ ଅଭିଭାଷଣ ସହ କାର୍ଯ୍ୟକ୍ରମ ଆୟୋଜନର ଉଦ୍ଦେଶ୍ୟ ଜ୍ଞାପନ କରିଥିବାବେଳେ ବାରକୋଟ ବ୍ଲକ ଶିକ୍ଷାଧିକାରୀ ଗାୟତ୍ରୀ ସାହୁ ମଞ୍ଚ ପରିଚାଳନା କରିଥିଲେ ।