ଭୁବନେଶ୍ୱର,ଏନ୍ଏନ୍ଏସ୍: କୋଭିଡ ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତର ଓ ନର୍ସଙ୍କୁ ମିଳିବ ପ୍ରୋତ୍ସାହନ ରାଶି। ଡାକ୍ତରଙ୍କୁ ଦୈନିକ ୧ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଦିଆଯିବ। ସେହିପରି ନର୍ସ, ଫାର୍ମାସିଷ୍ଟ, ରେଡିଓଗ୍ରାଫର, ଲ୍ୟାବ ଟେକ୍ନିସିଆନଙ୍କୁ ଦୈନିକ ୫ଶହ ଟଙ୍କା ପ୍ରୋତ୍ସାହନ ରାଶି ଦିଆଯିବ। ଚତୁର୍ଥଶ୍ରେଣୀ କର୍ମଚାରୀଙ୍କୁ ଦୈନିକ ମିଳିବ ୨ଶହ ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।