ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ: ୨ ଯୁବକଙ୍କ ମୃତ୍ୟୁ, ଜଣେ ଗୁରୁତର

କୋରାପୁଟ,ଏନ୍ଏନ୍ଏସ୍: କୋରାପୁଟ ଜିଲ୍ଲା ଦାମନଯୋଡ଼ି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଚୈତ୍ର ପର୍ବ ଚାଲୁଥିବା ବେଳେ ୨ ସାହି ମଧ୍ୟରେ କୌଣସିି କାରଣକୁ ନେଇ ବଚସା ଆରମ୍ଭ ହୋଇଥିଲା। ପରେ ବଚସା ଉଗ୍ରରୂପ ନେଇଥିଲା। ସଂଘବଦ୍ଧ ଆକ୍ରମଣରେ ଦାମନଯୋଡ଼ି ଥାନା ସିନ୍ଧିପାର ଗାଁର ୨ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତରଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।

ସିନ୍ଧିପାର ଗାଁ ଲୋକଙ୍କ ଆକ୍ରମଣରେ ଝଡିଗୁଡା ଗ୍ରାମର ଦେବେନ୍ଦ୍ର ଜାନୀ ଓ ପୂର୍ଣ୍ଣ ନାୟକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏଣେ ଜଣେ ଗୁରୁତର ହୋଇଥିଲେ। ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ଦାମନଯୋଡ଼ି ଥାନା ପୁଲିସ ଘଟଣାର ତଦନ୍ତ କରୁଥିବା ଜଣାଯାଇଛି।