ଉପରାଷ୍ଟ୍ରପତିଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଜି ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁଙ୍କୁ ଭେଟିଛନ୍ତି । ଉପରାଷ୍ଟ୍ରପତିଙ୍କ ବାସଭବନରେ ହୋଇଥିବା ଏହି ସାକ୍ଷାତ ସମୟରେ ଉଭୟ ନେତା ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଏନେଇ ଶ୍ରୀମତୀ ମୁର୍ମୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ, ଏହାପୂର୍ବରୁ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ।