ରାଜଘାଟରେ ଦ୍ରୌପଦୀ, ଜାତିର ପିତାଙ୍କୁ ଜଣାଇଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,ଏଜେନ୍ସି: ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଆଜି (ସୋମବାର) ଶପଥ ନେବେ ଦ୍ରୌପଦୀ ମୁର୍ମୁ । ଶପଥ ଗ୍ରହଣ ସମାରୋହ ପୂର୍ବରୁ ପ୍ରଥମେ ରାଜଘାଟ ଯାଇ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଦ୍ରୌପଦୀ ମୁର୍ମୁ । ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ଭାବେ ଶପଥ ନେବେ ଦ୍ରୌପଦୀ । ପୂର୍ବାହ୍ନ ୧୦ଟା ୧୪ରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମଣା ଶପଥ ପାଠ କରାଇବେ । ଏହାପରେ ସେ ରାଷ୍ଟ୍ରପତି ଭବନରେ ପହଞ୍ଚି ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ତାଙ୍କ ପତ୍ନୀଙ୍କୁ ଭେଟିିଥିଲେ ।