ଛତାବର ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଡ୍ରାଏ ରନ୍

ଦେବଗଡ଼,ଏନ୍ଏନ୍ଏସ୍: ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାରେ କୋଭିଡ ଟିକାକରଣ ନିମନ୍ତେ ପୂର୍ବାଭ୍ୟାଷ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଆଜି ଜିଲ୍ଲାର ରିଆମାଳ ବ୍ଲକ ଛତାବର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଜିଲ୍ଲା ଜନସ୍ୱାସ୍ଥ୍ୟ ବିଭାଗ ଚିକିତ୍ସା ଅଧିକାରୀ ଡା. ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା କାର୍ଯ୍ୟକ୍ରମ ସହ ପରିଚାଳିକା ଜ୍ୟୋତ୍ସ୍ନା ରାଣୀ ଶର୍ମା ଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ବିଭାଗର ୨୫ କର୍ମଚାରୀ ଅଂଶଗ୍ରହଣ କରିଥିଲେ। ସ୍ୱତନ୍ତ୍ର ସୁରକ୍ଷା ଓ ସାନିଟାଇଜେସନ ବ୍ୟବସ୍ଥା ସହ ଅଭ୍ୟର୍ଥନା କକ୍ଷ ଓ ପର୍ଯ୍ୟବେକ୍ଷଣ କେନ୍ଦ୍ର ଖୋଲାଯାଇ ପାଶ୍ୱର୍ ପ୍ରତିକ୍ରିୟା ହେଲେ ଏହାର ଜରୁରୀ ଚିକିତ୍ସା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା।