ସଇଁନ୍ତଲା,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ୍ର ବିଭିନ୍ନ ସ୍ଥାନରେ ଆଜି ମହାଆଡ଼ମ୍ବର ଦୂତି ବାହାନ ଓଷା ଅନୁଷ୍ଠିତ ହୋଇଯାଇଛି। ମାଆମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ ପାଇଁ ପାଳନ ଏହି ଦୂତୀ ବାହନ ଓଷା ପାଳନ କରିଛନ୍ତି। ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା “ପୁଅ ଜିଉଁତିଆ” ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ “ଦୁତିଆ/ଦୂତୀଆ” ବା “ଦୂତୀ ବାହନ ଓଷା” ନାମରେ ପାଳିତ।
ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରିଛନ୍ତି।୧୦୮ ଅକ୍ଷତ ଅରୁଆ ଚାଉଳ, ୧୦୮ ଦୁବ, ନାନାପ୍ରକାରର ଫୁଲ ଓ ଆଖୁ, କଦଳୀ, କନ୍ଦମୂଳ, ନଡ଼ିଆ, ଗଜା ମୁଗ, ବଡ଼ଚଣା, ସୋଲା, ନାରଙ୍ଗ, ପାନ, କାକୁଡି, କମଳା, ଜହ୍ନି, କଖାରୁ ଆଦି ୨୧ ପ୍ରକାରର ଫଳ ଓ ପରିବା ଆଣି ପୂଜା ମଣ୍ଡପରେ ସ୍ଥାପନ କରିଥିଲେ। ମହିଳା ମାନଙ୍କ ମଧ୍ୟରେ ଅନେକ ଉତ୍ସାହିତ ଦେଖିବାକୁ ମିଳିଥିଲା।