ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ, ତୀବ୍ରତା ୪.୬ ରେକର୍ଡ

କାବୁଲ,ଏଜେନ୍ସି: ଆଫଗାନିସ୍ତାନରେ ଭୂକମ୍ପ ଝଟକା । ରିକ୍ଟର ସ୍କେଲରେ ଏହାର ତୀବ୍ରତା 4.6 ରେକର୍ଡ କରାଯାଇଛି । ଗୁରୁବାର ରାତ୍ରି ୧୧ଟା ୧୧ ମିନିଟରେ ଆଫଗାନିସ୍ତାନର ଫୟଜାବାଦରେ ଭୂକମ୍ପ ଅନୁଭୂତ ହୋଇଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଭୂକମ୍ପର ଗଭୀରତା ୧୫୦ କିଲୋମିଟର ହୋଇଥିବାବେଳେ ଏହାର ଅକ୍ଷାଂଶ ୩୬.୦୫ ରହିଥିବାବେଳେ ଦ୍ରାଘିମା ୭୧.୧୦ ରହିଛି । ତେବେ ଏଥିରେ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନାହିଁ । ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି । ଭୂକମ୍ପକୁ ନେଇ ଲୋକଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି ।