ଦିଲ୍ଲୀରେ ମୃଦ୍ୟୁ ଭୂମିକମ୍ପ

ନୂଆଦିଲ୍ଲୀ,ଏନ୍ଏନ୍ଏସ୍: ଗୁରୁବାର ବିଳମ୍ବିତ ରାତିରେ ଦିଲ୍ଲୀ-ଏନସିଆରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରାତି ପ୍ରାୟ ୧୧ଟା ୪୫ମିନିଟ୍ ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୩ ରେକର୍ଡ କରାଯାଇଛି। ଏଥିରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।