ମହାରାଷ୍ଟ୍ର: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ସଙ୍କଟ ମଧ୍ୟରେ ବଡ଼ ଖବର ସାମ୍ନାକୁ ଆସିଛି । ଏହା ପଛରେ ଥିବା ସବୁଠୁ ବଡ଼ ବିଦ୍ରୋହୀ ନେତା ଏକନାଥ ସିନ୍ଦେ ଗତକାଲି ରାତିରେ ବଡଦୋରାରେ ବିଜେପି ନେତା ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିଛନ୍ତି । ଏହି ସମୟରେ ଉଭୟ ନେତାଙ୍କ ମଧ୍ୟରେ ସରକାର ଗଠନ ନେଇ ଚର୍ଚ୍ଚା ହୋଇଥିଲା ।
ସୂଚନାଯୋଗ୍ୟ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପାଖରେ ବିଧାୟକଙ୍କ ସଂଖ୍ୟା କମ ଥିଲେ ମଧ୍ୟ ପାର୍ଟି ଉପରେ ନିୟନ୍ତ୍ରଣ ସ୍ଥାପିତ କରିବା ପାଇଁ ଜୋରଦାର ପ୍ରୟାସ ଚଲାଇଛନ୍ତି । ଆଜି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଡକାଇ ବିଦ୍ରୋହୀ ନେତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆଦେଶ ଦେଇଛନ୍ତି ।