ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ

ଭୁବନେଶ୍ବର,ଏନ୍ଏନ୍ଏସ୍: ଧାମନଗର ଉପନିର୍ବାଚନ ପ୍ରକ୍ରିୟା ଶେଷ ନହେଉଣୁ ବାଜିଲା ଆଉ ଏକ ଉପ ନିର୍ବାଚନ ବିଗୁଲ । ପଦ୍ମପୁର ଉପ ନିର୍ବାଚନ ନେଇ ଘୋଷଣା ହୋଇଛି ତାରିଖ । ଡିସେମ୍ବର ୫ ଭୋଟ ଗ୍ରହଣ ଓ ୮ରେ ଫଳାଫଳ ଘୋଷଣା ହେବ । ଭାରତୀୟ ନିର୍ବାଚନ କମିଶନ ଆଜି ଏହି ଘୋଷଣା କରିଛନ୍ତି । ଉପନିର୍ବାଚନ ପାଇଁ ନଭେମ୍ବର ୧୦ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ ।

ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନର ଶେଷ ଦିନ ନଭେମ୍ବର ୧୭ । ୧୮ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ୨୧ ତାରିଖରେ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ । ଡିସେମ୍ବର ୫ରେ ଭୋଟିଂ ହୋଇ ୮ ତାରିଖରେ ଫଳାଫଳ ପ୍ରକାଶ ପାଇବ । ଡିସେମ୍ବର ୧୦ ସୁଦ୍ଧା ସମସ୍ତ ନିର୍ବାଚନ ପ୍ରକ୍ରିୟା ଶେଷ କରିବା ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି ।

ବିଧାୟକ ବିଜୟ ରଂଜନ ସିଂ ବରିହାଙ୍କ ଦେହାନ୍ତ ପରେ ପଦ୍ମପୁର ବିଧାନସଭା ଆସନ ଖାଲି ପଡିଛି । ୬୫ ବର୍ଷ ବୟସରେ ଆଖି ବୁଜିଥିଲେ ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହା । ସେ ଦୀର୍ଘ ୨ ବର୍ଷ ହେବ ଅସୁସ୍ଥତା କାରଣରୁ ଚିକିତ୍ସିତ ହେଉଥିଲେ । ଶେଷରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା ।