ଫିରିଙ୍ଗିଆ,ଏନ୍ଏନ୍ଏସ୍: ଫିରିଙ୍ଗିଆ ବ୍ଲକ ଫିରିଙ୍ଗିଆ ପଞ୍ଚାୟତର ଡ୍ରାଇଭର ମହାସଂଘର ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି । ଡ୍ରାଇଭର ମହାସଂଘ ସଭାପତି ରାଜ କୁମାର ଦୀଗାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଫିରିଙ୍ଗିଆ ବ୍ଲକର ଫିରିଙ୍ଗିଆ ପଞ୍ଚାୟତର ୨୦ରୁ ଅଧିକ ଡ୍ରାଇଭର ଭାଇ ଯୋଗ ଦେଇଥିଲେ । ସଂଘର ସମ୍ପାଦକ ରବୀନ୍ଦ୍ର କୁମାର ବେହେରା ଯୋଗଦେଇ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ । ସରକାରଙ୍କୁ ଡ୍ରାଇଭରଙ୍କ ବିଭିନ୍ନ ସମସ୍ୟା ନେଇ ଦାବୀ ପ୍ରଦାନ କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନଥିବାରୁ ସଂଘରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି । ଏଥିସହିତ ଆସନ୍ତା ମାର୍ଚ୍ଚ ୧୫ରେ ଚକା ବନ୍ଦ୍ ଓ ଷ୍ଟେରିଙ୍ଗ ଛାଡ଼ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଅନ୍ୟମାନଙ୍କ ମଧ୍ୟରେ ସଂଘର ଉମାକାନ୍ତ ହଂସ, ଅଜିତ ଦିଗାଲ୍, ସଂସାର କୁମାର ନାୟକ ଓ ଚନ୍ଦନ ବେହେରାଙ୍କ ସହ ଅନ୍ୟମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।