ଜମ୍ମୁ କଶ୍ମୀର: ବରଗାମ୍‌ରେ ସୁରକ୍ଷା ବାହିନୀର ଏନ୍‌କାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,ଏଜେନ୍ସି: ଜମ୍ମୁ କଶ୍ମୀରରେ ପୁଣି ଏନ୍‌କାଉଣ୍ଟର ହୋଇଛି। ଅବନ୍ତୀପୋରାର ବରଗାମ ଅଞ୍ଚଳରେ ହୋଇଥିବା ସୁରକ୍ଷା ବାହିନୀର ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ନିହତ ହୋଇଥିବା ଆତଙ୍କବାଦୀର ପରିଚୟ ମିଳି ନାହିଁ।

ଆଇଜିପି କଶ୍ମୀର ବିଜୟ କୁମାର କହିଛନ୍ତି ଅବନ୍ତୀପୋରାର ବରଗାମ ଅଞ୍ଚଳରେ ହୋଇଥିବା ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ଏହି ଅଞ୍ଚଳରେ ଆତଙ୍କବାଦୀମାନେ ଚଳପ୍ରଚଳ କରୁଥିବା ନେଇ ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିବା ପରେ ସୁରକ୍ଷା ବାହିନୀର ଯବାନମାନେ ଅତର୍କିତ ଭାବେ ଘଟଣାସ୍ଥଳକୁ ପହଞ୍ଚିଥିଲେ। ସୁରକ୍ଷା ବଳର ଯବାନ ମାନେ ଆତଙ୍କବାଦୀଙ୍କୁ ଘେରା ବନ୍ଦୀ କରିଥିଲେ।