ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ମୃତ୍ୟୁ

ଟୋକିଓ,ଏଜେନ୍ସି: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ଗୁଳିମାଡ଼ର ଶିକାର ହେବା ପରେ ତାଙ୍କର ମୃତ୍ୟୁ ଘଟିଛି । ଗୁଳିମାଡ଼ ପରେ ସିଞ୍ଜୋଙ୍କୁ ଯଥାଶୀଘ୍ର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ସେଠାରେ ସେ ହୃଦଘାତର ଶିକାର ହୋଇଥିଲେ । ହସ୍ପିଟାଲରେ ପ୍ରାୟ ୪ ଘଣ୍ଟା ପର୍ଯ୍ୟନ୍ତ ଚିକିତ୍ସିତ ହୋଇଥିଲେ ମଧ୍ୟ ଶେଷରେ ସିଞ୍ଜୋ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି ।

ସୂଚନାଯୋଗ୍ୟ, ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ଏକ ଜନସଭାକୁ ସମ୍ବୋଧିତ କରୁଥିବା ସମୟରେ ପଛପଟେ ଛିଡ଼ା ହୋଇଥିବା ଜଣେ ବ୍ୟକ୍ତି ତାଙ୍କୁ ଗୁଳି ମାରିଥିଲା । ସେଠାରେ ଉପସ୍ଥିତ ଥିବା ଲୋକ ସିଞ୍ଜୋଙ୍କୁ ସିପିଆର ଦେବାକୁ ମଧ୍ୟ ଚେଷ୍ଟା କରିଥିଲେ । ପରେ ଗୁରୁତର ଅବସ୍ଥାରେ ତାଙ୍କୁ ହେଲିକପ୍ଟରରେ ହସ୍ପିଟାଲ ନିଆଯାଇଥିଲା ।