ସାପ କାମୁଡ଼ାରେ ଚାଷୀ ମୃତ

ବରଗଡ଼,ଏନ୍ଏନ୍ଏସ୍: ବରଗଡ଼ ଜିଲ୍ଲା ବରପାଲି ଥାନା ବାରଙ୍ଗପାଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ଯୁବ ଚାଷୀଙ୍କ ମୃତ୍ୟୁ ଘଟିଛି । ମୃତ  ଚାଷୀ ଜଣକ ବାରଙ୍ଗପାଲି ଗ୍ରାମର ମଧୁ ପ୍ରଧାନ (୩୮) ବୋଲି ଜଣାପଡ଼ିଛି। ବୁଧବାର ଅପରାହ୍ଣରେ ମଧୁ  ବିଲରୁ କାମକରି ଫେରୁଥିବାବେଳେ ଏକ ସାପ କାମୁଡ଼ି ଦେଇଥିଲା। ଫଳରେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବରପାଲି ଏବଂ ପରେ ବରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅପରପକ୍ଷେ ବରଗଡ଼ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।