ବିହାର ବୈଶାଳୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୫ମୃତ, ଅନେକ ଆହତ; ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,ଏଜେନ୍ସି: ବିହାରର ବୈଶାଳୀରେ ଜିଲ୍ଲାରେ ରବିବାର ବିଳମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୭ ଜଣ ଶିଶୁଙ୍କ ସମେତ ସମେତ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଲୋକ ଆହତ ହୋଇଛନ୍ତି। ଦ୍ରୁତ ଗତିରେ ଆସୁଥିବା ହାଇଓ୍ବାଟି ଅନେକ ଲୋକଙ୍କ ଉପରେ ଚଢ଼ି ଯାଇଥିଲା। ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି ।

ସୂଚନା ଅନୁଯାୟୀ, ଏହି ଭୟଙ୍କର ଦୁର୍ଘଟଣା ବୈଶାଳୀ ମହନାର-ହାଜିପୁର ରାଜ୍ୟ ରାଜପଥରେ ଘଟିଛି । ସୁଲତାନପୁର ଥାନା ଅନ୍ତର୍ଗତ ବ୍ରହ୍ମାସ୍ଥାନ ନିକଟରେ ଭୂଆଁ ବାବାଙ୍କ ପୂଜା ଚାଲୁଥିବାବେଳେ ଏକ ଟ୍ରକ୍ ନିୟନ୍ତ୍ରଣ ହରାଇ ଲୋକଙ୍କ ଉପରେ ମାଡ଼ିଯାଇଥିଲା । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୧୫ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଛୋଟ ପିଲା ଥିବା ଜଣାପଡ଼ିଛି । କୁହାଯାଉଛି ଯେ ଅନେକ ଆହତଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ରହିଛି। ଅନ୍ୟପକ୍ଷରେ ଟ୍ରକ ଡ୍ରାଇଭର ଘଟଣା ପରେ ସେଠାରୁ ପଳାଇ ଯାଇଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (ପିଏମଓ) ଟୁଇଟ୍ କରି କହିଛନ୍ତି ଯେ “ଯେ ବିହାରର ବୈଶାଳୀରେ ଜିଲ୍ଲାର ଦୁର୍ଘଟଣା ଅତ୍ୟନ୍ତ ଦୁଃଖ ଦାୟକ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା। ଆହତମାନେ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ । ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠିରୁ (ପିଏମ୍‌ଏନ୍‌ଆର୍‌ଏଫ୍‌) ମୃତକଙ୍କ ପାରିବାରଙ୍କୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦିଆଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ ନେଇ ଘୋଷଣା କରିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଗଭୀର ସଡ଼କ ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ମୃତ ତଥା ଆହତଙ୍କୁ କ୍ଷତିପୂରଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।