ଭୁବନେଶ୍ୱର,ଏନ୍ଏନ୍ଏସ୍: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିବୃତି ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହା ଏକ ଅତି ସମ୍ବେଦନଶୀଳ ଘଟଣା। ମମିତା ମୃତ୍ୟୁକୁ ରାଜନୀତିକରଣ କରାଯାଉଛି। ବିନା ଭୟ ଓ ଦ୍ୱନ୍ଦରେ ପୁଲିସକୁ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯିଏ ଦୋଷୀ ତା’ ବିରୁଦ୍ଧରେ ଦୃଢ଼ କାର୍ଯାନୁଷ୍ଠାନ ଗ୍ରହଣ କରାଯିବ। ଅବସରପ୍ରାପ୍ତ ଜିଲ୍ଲା ଜଜ୍ ତଦନ୍ତ ପ୍ରକ୍ରିୟାର ତଦାରଖ କରିବେ। ହାଇକୋର୍ଟଙ୍କୁ ଏନେଇ ରାଜ୍ୟ ସରକାର ଅନୁରୋଧ କରିଥିଲେ। ଦାୟିତ୍ୱରେ ଯିଏ ବି ଅବହେଳା କରିବ କାର୍ଯ୍ୟାନୁଷ୍ଠାନ ହେବ।