ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ

କୋରାପୁଟ,ଏନ୍ଏନ୍ଏସ୍ : କୋରାପୁଟ ପୌର ପରିଷଦ ଅନ୍ତର୍ଗତ ପୁଜାରୀପୁଟର ପ୍ରେମଲତା ବାଘ ନାମକ ଜଣେ ନଷ୍ପେସିତ ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୫ ହଜାର ଟଙ୍କା ସହାୟତା ଦିଆଯାଇଛି। ଜିଲ୍ଲାପାଳ ମଧୁସୂଦନ ମିଶ୍ରଙ୍କ ଅନୁମୋଦନକ୍ରମେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଜ୍ଞାନଜିତ ତ୍ରିପାଠୀ ସହାୟତା ରାଶିର ଚେକ୍ ପ୍ରଦାନ କରିଥିଲେ।