ବୁର୍ଲା ଏମସିଏଲରେ ଅଗ୍ନିକାଣ୍ଡ: ଲକ୍ଷ ଲକ୍ଷ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

ଭୁବନେଶ୍ୱର,ଏନ୍ଏନ୍ଏସ୍: ସମ୍ବଲପୁର ବୁର୍ଲା ଏମସିଏଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଲକ୍ଷ ଲକ୍ଷ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ଆନନ୍ଦ ବିହାରସ୍ଥିତ ପାର୍କ ନିକଟରେ ଥିବା କମ୍ୟୁନିଟି ସେଣ୍ଟରରେ ନିଆଁ ଲାଗିଥିଲା। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ସେପଟେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ସୁଦ୍ଧା ସବୁ କିଛି ପୋଡି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି।

ସୂଚନା ଅନୁସାରେ ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ସେହିପରି ଏହି ନିଆଁକୁ ଆୟତ୍ତ କରିବାକୁ ଦୀର୍ଘ ୪ ଘଣ୍ଟା ସମୟ ଲାଗିଥିଲା। ନିଆଁ ଏତେ ଭୟଙ୍କର ଥିଲା ଯେ ପୂରା କ୍ଲବ ହାଉସ ପୋଡି ଛାରଖାର ହୋଇଯାଇଥିଲା। ନିଆଁ କିପରି ଲାଗିଲା ସେନେଇ ଏମସିଏଲ ପକ୍ଷରୁ ତଦନ୍ତ କରାଯିବ ବୋଲି କୁହାଯାଇଛି।