ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,ଏଜେନ୍ସି: ରାଜଧାନୀ ଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ)ର ଏକ ଷ୍ଟୋର ରୁମରେ ଅଗ୍ନିକାଣ୍ଡ ଘଟିଛି। ସକାଳ ୫ଟା ସମୟରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତକୁ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡି ନଥିବା ବେଳେ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ।