ମୁମ୍ବାଇ,ଏଜେନ୍ସି: ଥାନେର ଏକ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଜଣାପଡିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସୂଚନା ଅନୁସାରେ, ମୁମ୍ବାଇର କୈଶା ଅଞ୍ଚଳରେ ଥିବା ପ୍ରାଇମ ହସ୍ପିଟାଲରେ ରାତି ୩ ସମୟରେ ନିଆଁ ଲାଗି ଯାଇଥିଲା। ଏହା ଦେଖି ହସ୍ପିଟାଲ କର୍ତ୍ତୃପକ୍ଷ ଦମକଳ ବାହିନୀକୁ ଖବର ଦେଇଥିଲେ। ଏହି ସମୟରେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ୧୭ ଜଣ ରୋଗୀଙ୍କ ମଧ୍ୟରୁ ୪ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ମାନଙ୍କୁ ଉଦ୍ଧାର କରାଯାଇ ଅନ୍ୟ ମେଡିକାଲରେ ଭର୍ତ୍ତି କରାଯାଇଛି।
ଘଟଣାସ୍ଥଳରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଜିତେନ୍ଦ୍ର ଅହ୍ୱାଦ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ମୃତବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିବା ସହ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ତେବେ ଘଟଣାର ତଦନ୍ତ ପାଇଁ ଏକ କମିଟି ଗଠନ କରାଯିବ। ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।