କଟକ,ଏନ୍ଏନ୍ଏସ୍: କଟକ ବିଦ୍ୟାଧରପୁ ଠାରେ ଥିବା ଜାତୀୟ ଧାନ ଗବେଷଣା କେନ୍ଦ୍ରର ଅଡିଟୋରିଅମରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ହୋଇଛି। ତେବେ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ହୋଇଥିଲା। ପରେ ଧାନ ଗବେଷଣା କେନ୍ଦର କର୍ମଚାରୀ ଅଗ୍ନିଶମ ବାହିନୀକୁ ଖବର ଦେବାରେ ସେମାନେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି ଅଗ୍ନିକାଣ୍ଡରେ ବ୍ୟାପକ କ୍ଷୟକ୍ଷତି ହୋଇନଥିବା ବେଳେ ଅଡିଟୋରିଅମଟି ସମ୍ପୂର୍ଣ୍ଣ ପୋଡ଼ିଯାଇଛି।